ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର- ଆଇନ ମନ୍ତ୍ରୀ

ମହିଳା ଏବଂ ଶିଶୁ ସୁରକ୍ଷା ନେଇ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।ଏମାନେ ମହିଳା ବିରୋଧୀ ଅପରାଧ ହେଲେ ପୀଡ଼ିତାଙ୍କୁ ପ୍ରାରମ୍ଭିକ ନ୍ୟାୟିକ ସାହାଯ୍ୟ କରିବେ । ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ସହ ଆଇନ ବିଭାଗର ବୈଠକ ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ଆଲୋଚନା ହୋଇଛି। ମହିଳାଙ୍କୁ ସଚେତନ କରାଯିବ , ଅଙ୍ଗନବାଡି କର୍ମୀଙ୍କୁ ସାମିଲ କରାଯିବ ।

ଅଧିକ ପଢନ୍ତୁ