ପ୍ରଥମ ପର୍ଯ୍ୟାୟରେ ୨୦ ନୂଆ NAC ଗଠନ ହେବ

ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ ଏହାର ତର୍ଜମା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ବର୍ତ୍ତମାନ ୧୭% ସହରାଞ୍ଚଳ ରହିଛି ଏହାକୁ ୩୦% ବୃଦ୍ଧି ପାଇଁ ଯୋଜନା ଚାଲିଥିବା ମନ୍ତ୍ରୀ କହିଛନ୍ତି।ପଞ୍ଚାୟତିରାଜ ବିଭାଗ ତର୍ଜମା ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ନୂଆ ଏନଏସି ଗଠନ ହେବ। ପୂର୍ବରୁ ନୂଆ ଏନଏସି ପାଇଁ ନିର୍ଦ୍ଧାରିତ ଫର୍ମ ପୂରଣ କରି ପଠାଇବାକୁ ଜିଲ୍ଲାପାଳଙ୍କୁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରିପୋର୍ଟ ମଗାଯାଇଥିଲା।

ଅଧିକ ପଢନ୍ତୁ

kc ads