ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ଦାୟିତ୍ବରେ ରହିବେ ଏସିପି ଏବଂ ଆଇଆଇସି

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ପୋଲିସ ଛାଉଣୀରେ ରହିବ ରାଜଧାନୀ ଭୁବନେଶ୍ବର । ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ୍ ପୋଲିସ । ବିମାନବନ୍ଦରରୁ ଜନତା ମଇଦାନ ରାସ୍ତାରେ ହେବ ବ୍ୟାରିକେଡ୍। ଏହାଛଡ଼ା ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍ କଟକଣା ଲାଗୁ ହେବ। ଖାଲିସେତିକି ନୁହେଁ, ସାଧା ପୋଷାକରେ ବି ପୁଲିସ ବୁଲିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ଗୁଇନ୍ଦା ବିଭାଗ ଅଧିକ ସକ୍ରିୟ ରହିଛି।ସମାବେଶରେ ଅଧିକ ସଂଖ୍ୟକ ମହିଳା ଆସିବାକୁ ଥିବାରୁ ମହିଳା ପୋଲିସ ନିୟୋଜିତ ହେବେ ।

ବମ୍ ସ୍କ୍ବାଡ୍, ଡଗ୍ ସ୍କ୍ବାଡ୍ ସମ୍ପୂର୍ଣ୍ଣ ଅଞ୍ଚଳ ବୁଲି ତାଦରଖ କରିବେ । ଭୁବନେଶ୍ବର ୟୁପିଡିର ପ୍ରତ୍ୟେକ ଜୋନ୍‌ ଏସିପି ଏବଂ ଆଇଆଇସି ସୁରକ୍ଷା ଦାୟିତ୍ବରେ ରହିବେ । ଏହା ସହିତ ପାର୍ବଣ ପୂର୍ବରୁ କୁଖ୍ୟାତ ଅପରାଧୀଙ୍କୁ ତଡିପାର କରାଯିବ। ସହରରୁ ତଡିପାର କରିବାକୁ ଅପରାଧୀଙ୍କ ତାଲିକା ପ୍ରସ୍ତୁତ ହୋଇଥିବା ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ଜାମିନରେ ଥିବା ଅଭ୍ୟାସଗତ ଅପରାଧୀଙ୍କ ଉପରେ ମଧ୍ୟ ନଜର ରଖାଯାଇଛି। ସବୁ ଥାନା ସ୍ତରରେ ସ୍ପେଶାଲ୍‌‌ ଡ୍ରାଇଭ୍‌‌ ଆରମ୍ଭ ହୋଇଥିବା କମିଶନର ସୂଚନା ଦେଇଛନ୍ତି।

ଅଧିକ ପଢନ୍ତୁ