ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସୁଥିବାରୁ ବିପୁଳ ଜନସମାଗମ ହେବାର ଆଶଙ୍କା ରହିଛି । ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି କରାଯାଇଛି । ତେବେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୮୧ ପ୍ଲାଟୁନ୍ ଫୋର୍ସ । ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ରହିବେ । ତେଣୁ ମୋଦୀଙ୍କ ଗସ୍ତ ପାଇଁ ଟ୍ରାଫିକ୍ କଟକଣା
ଜୟଦେବ ବିହାରରୁ ନାଲକୋ ଛକ ରାସ୍ତା ଓ ଏହାର ଗଳି ରାସ୍ତା ସମ୍ପୂର୍ଣ୍ଣ ବନ୍ଦ ରହିବ | କ୍ରାଉନ୍ ହୋଟେଲ ଓ ଆଚାର୍ୟ୍ୟ ବିହାରଠାରୁ ସର୍ଭିସ ରାସ୍ତାରେ ଗାଡ଼ି ଜୟଦେବବିହାର ଆଡକୁ ଯିବନି |ଜୟଦେବ ବିହାରରୁ ନନ୍ଦନକାନନ ଯାଉଥିବା ଗାଡ଼ି ଆଚାର୍ଯ୍ୟବିହାର ପଟେ ସୈନିକ ସ୍କୁଲ ଦେଇ ଗୁରୁ କେଳୁ ଚରଣ ପାର୍କ ପଟେ ଡମଣା ଛକରେ ବାହାରିବେ
ଓ ଫାୟାର ଷ୍ଟେସନ୍ ଛକରୁ କଳିଙ୍ଗ ଷ୍ଟୁଡିଓ ଛକ ରାସ୍ତାରେ ଡିଏନ୍ ସ୍କୁଲରୁ ପଥରଗାଡ଼ିଆ ଦେଇ ଶିଖରଚଣ୍ଡିରେ ବାହାରିପାରିବେ |