ସୁଭଦ୍ରା ପୋର୍ଟାଲ ନେଇ ମଙ୍ଗଳବାର ଏକ ବଡ଼ ଖବର ସାମନାକୁ ଆସିଛି । ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ ହୋଇଥିବା ଯୁବତୀ/ମହିଳା କରିପାରିବେ ଆବେଦନ। ଅଗଷ୍ଟ ୯ ତୃତୀୟ କିସ୍ତି ପରେ ସୁଭଦ୍ରା ପୋର୍ଟାଲ ଖୋଲିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।ଆସନ୍ତା ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ସୁଭଦ୍ରା କିସ୍ତି ମିଳିବ । ୧ ଲକ୍ଷ ୮୮ ହଜାର ବଞ୍ଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ । ଯୋଗ୍ୟ ହେଲେ ଅଗଷ୍ଟ ୯ ତାରିଖରେ ସୁଭଦ୍ରା କିସ୍ତି ମିଳିବ । ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ । ଜିରୋ ଇନକମ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଉଦ୍ଧ୍ୱ ରୋଜଗାର ଥିଲେ ସୁଭଦ୍ରା ଟଙ୍କା ମିଳିବନି ।
