ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳିବର୍ଷା କରିବା ଘଟଣା ପୁରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା କେବଳ ଦେଶ ନୁହେଁ ପୁରା ବିଶ୍ୱ ମଧ୍ୟ ସ୍ତମ୍ଭୀଭୂତ ହୋଇଯାଇଛି। ତେବେ ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହା ଓ ରାହୁଲ ଗାନ୍ଧୀ କଡ଼ା ନିନ୍ଦା କରିଛନ୍ତି। ଜମ୍ମୁକାଶ୍ମୀର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ନାଗରିକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ପ୍ରାଣ ହରାଇଥିବା ଓଡ଼ିଆ ପୁଅ ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ମଧ୍ୟ ଭେଟିଛନ୍ତି । ସାଂସଦଙ୍କୁ ଦେଖିବା ପରେ କୋହ ସମ୍ଭାଳିପାରି ନଥିଲେ ପ୍ରଶାନ୍ତଙ୍କ ପତ୍ନୀ । ଅପରାଜିତାଙ୍କୁ କୁଣ୍ଢାଇ କାନ୍ଦିବା ସହ ସେହି ଛାତିଥରା ଘଟଣା କିପରି ଥିଲା ତାହା ବଖାଣିଛନ୍ତି । ସେପଟେ ଆଜି ଓଡ଼ିଶା ମାଟିରେ ପହଞ୍ଚିବ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ । ଅପରାହ୍ନରେ ଶ୍ରୀନଗରରୁ ୨ଟା ୩୫ମିନିଟରେ ଓଡ଼ିଶା ଅଭିମୁଖେ ବାହାରି ଦିଲ୍ଲୀ ଦେଇ ୯ ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବ ପ୍ରଶାନ୍ତଙ୍କ ମରଶରୀର । ଏହା ପରେ ଭୁବନେଶ୍ୱରରୁ ପୁଣି ବାଲେଶ୍ୱର ସ୍ଥିତ ତାଙ୍କ ବାସଭବନକୁ ନିଆଯିବ ପ୍ରଶାନ୍ତଙ୍କ ମୃତଦେହ । ପ୍ରଶାନ୍ତଙ୍କ ମୃତୁ୍ୟକୁ ନେଇ ରେମୁଣା ସାରଗାାଁରେ ଶୋକାକୂଳ ପରିବେଶ ଖେଳିଯାଇଛି ।
