ସ୍ଵାଭାବିକ ହେଲା ରଥ ନିର୍ମାଣ କାର୍ଯ୍ୟ । ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ସହ ତିନି ରଥର ମୁଖ୍ୟ ବିଶ୍ଵକର୍ମା ମହାରଣାଙ୍କ ଆଲୋଚନା ପରେ ରଥ ନିର୍ମାଣ କାର୍ଯ୍ୟ ସ୍ବାଭାବିକ ହୋଇଛି । ପ୍ରଶାସନିକ ପ୍ରତିଶ୍ରୁତି ପରେ ରଥ ମହାରଣା ମାନଙ୍କ ଖେଇକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ହଟିଛି ।ରଥ ତତ୍ତ୍ଵାବଧାରଙ୍କୁ ଦାୟିତ୍ବରୁ ନ ହଟାଇଲେ ରଥଯାତ୍ରାରେ ଗଡିବନି ରଥ ବୋଲି କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟ ବିଶ୍ଵକର୍ମା। ସେପଟେ ଶ୍ରୀମନ୍ଦିର ନୀତି ପ୍ରଶାସକ ପ୍ରତିକ୍ରିୟା ରଖି କହିଛନ୍ତି, ମୁଖ୍ୟ ବିଶ୍ଵକର୍ମାଙ୍କ ସହ ଆଲୋଚନା ସଫଳ ହୋଇଛି । ଏନେଇ ମୁଖ୍ୟ ପ୍ରଶାସକଙ୍କ ସହିତ ଆଲୋଚନା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।
