ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା

ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ। ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଦିନ ୧୧ଟା ବେଳେ ବଜାରରେ ପ୍ରଶ୍ନ ପତ୍ର ବିକ୍ରି ହେଉଥିବା ନେଇ ବିଧାୟକ ପ୍ରଶ୍ନ କରିଥିଲେ।ଆଜି ଅଗଜିଲାରୀ ନର୍ସ ମିଡ୍ ୱାଇଫେରି ବିଷୟରେ ହୋଇଥାନ୍ତା ପରୀକ୍ଷା । ହେଲେ ପରୀକ୍ଷା ହଲରେ ପହଞ୍ଚିବା ପରେ ଉପଜିଲ୍ଲାପାଳ ପରୀକ୍ଷା ବାତିଲ ନେଇ ଘୋଷଣା କରିଥିଲେ । ଅନ୍ୟପଟେ ଘଟଣାକୁ ନେଇ ଅସନ୍ତୋଷ ଜାହିର କରିଛନ୍ତି ଛାତ୍ରୀ । ଏଭଳି କରିଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି । କଷ୍ଟକରି ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇଥିବା ପିଲାମାନେ ପରୀକ୍ଷା ଗୃହରୁ ନିରାଶରେ ଫେରିବା ସମୟରେ ଭାବବିହ୍ବଳ ହୋଇପଡିଛନ୍ତି।

ଅଧିକ ପଢନ୍ତୁ