ପ୍ରାକୃତିକ ବିପର୍ଯ୍ୟୟରେ ଜମି ହରାଙ୍କୁ ମିଳିବ ଜମି- ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ 

୫ ଜିଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ ସମ୍ପର୍କରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ବଡ଼ ସୂଚନା ଦେଇଛନ୍ତି। କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ ଜିଲାରେ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି।

ବନ୍ୟାରେ ମୋଟ ୬ କୋଟି ୬୬ ଲକ୍ଷ ୧୭ ହଜାର ୫୫ ଟଙ୍କା ଖର୍ଚ୍ଚ ହୋଇଥିବା ମନ୍ତ୍ରୀ କହିଛନ୍ତି। ଜିଲାପାଳମାନେ କ୍ଷତିଗ୍ରସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରିଛନ୍ତି। ଅନ୍ୟପଟେ ସେ କହିଛନ୍ତି ଯେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଯେଉଁମାନେ ଜମି ହରାଉଛନ୍ତି ସେମାନଙ୍କୁ ଜମି ଦେବେ ସରକାର । ଏନେଇ ଖୁଵ ଶୀଘ୍ର ସବୁ ଜିଲ୍ଲାପାଳ ମାନଙ୍କୁ ମଗାଯିବ ରିପୋର୍ଟ ।  ଜମି ହରାଇଥିଲେ ଜମି ବଦଳରେ ଜମି ମିଳିବ ।

ଅଧିକ ପଢନ୍ତୁ

Odisha Darpan Digital