ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା

ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ପରେ ତାଙ୍କ ମୃତଦେହକୁ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଉଛନ୍ତି ନିକଟସ୍ଥ ବାବରାକୋଟ ଗାଁର । ତାଙ୍କ ନାମ ସିଲୁ ରାୟ ବୋଲି ଜଣା ପଡ଼ିଛି ।ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ରିଆମାଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ପୋଲିସ କେତେକ ଲୋକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।

ଅଧିକ ପଢନ୍ତୁ