ଫଳ ବୋଝେଇ ଟ୍ରକ୍ରୁ ମିଳିଲା ୮୦୮ କିଲୋରୁ ଅଧିକ ଗଞ୍ଜେଇ। ଭୁବନେଶ୍ୱର ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତ କ୍ରିଷ୍ଣାଭରମରୁ ଧରିଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ (DRI) । ଆନ୍ଧ୍ରରୁ ଗଞ୍ଜେଇ ଆଣି ଓଡ଼ିଶାରେ ବିକ୍ରି କରିବାକୁ ଯୋଜନା ରଖିଥିଲେ ଦୃର୍ବୃତ୍ତ। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ। ଗତକାଲି ରାତିରେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତରେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଛକି ରହିଥିଲେ। ଏହି ସମୟରେ ଫଳ ବୋଝେଇ ଟ୍ରକଟି ସେହି ରାସ୍ତା ଦେଇ ଯାଇଥିଲା। ଏକ କାର୍ ତାକୁ ଏସ୍କର୍ଟ ଦେଇ ଆଣୁଥିଲା। ସେପଟେ କୋରାପୁଟରେ ପିକପ୍ରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଧରିଛି ପୋଲିସ। ପୋଲିସକୁ ଦେଖି ଗଞ୍ଜେଇ ଚୋରା ଚାଲାଣକାରୀ ଦୌଡ଼ି ପଳାଉଥିବା ବେଳେ ପୋଲିସ ଗୋଡାଇ ଗୋଡାଇ ଦୁଇ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିଥିଲା ।