ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ୧୯ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ଚାଲିବ ପରୀକ୍ଷା । ୧୯ ତାରିଖ ସକାଳ ୯ଟାରୁ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ । ଫେବୃୟାରୀ ୧୯ ତାରିଖରେ ମାତୃ ଭାଷା ପରୀକ୍ଷା ହେବ ।୨୦ ତାରିଖରେ ସଂସ୍କୃତ ବ୍ୟାକରଣ ଓ ଦର୍ଶନ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ୨୧ ତାରିଖରେ ଇଂରାଜୀ ଓ ୨୩ରେ ସଂସ୍କୃତ ଭାଷା ପରୀକ୍ଷା ହେବ । ୨୪ ତାରିଖରେ ପ୍ରୟୋଗାତ୍ମକ ସଂସ୍କୃତ ଏବଂ ୨୫ରେ ବିଜ୍ଞାନ ପରୀକ୍ଷା ହେବ । ୨୭ ରେ ସାମାଜିକ ବିଜ୍ଞାନ ଏବଂ ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।
