ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି।ଏହାଦ୍ବାରା ୨୩ ଓ ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଘଡ଼ଘଡ଼ି, ବିଜୁଳି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ବାକି ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷାର ପ୍ରଭାବ ରହିବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୨୫ ଓ ୨୬ ତାରିଖରେ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ ଘଡ଼ଘଡ଼ି ହୋଇପାରେ।