ସେପ୍ଟେମ୍ବର ମାସରେ ରାଜ୍ୟରେ ବର୍ଷା ପରିମାଣ ସ୍ୱାଭାବିକ ରହିବ । କେବଳ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା କମିପାରେ । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଆକଳନ କରିଛି ।ତେବେ ଆସନ୍ତା ୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ଏହା ପ୍ରଭାବରେ ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ ସୁରକ୍ଷା ଦୃଷ୍ଟିରୁ ସେପ୍ଟେମ୍ବର ୨ରୁ ୪ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଜିଲାରେ ବର୍ଷା ସହ ପବନ ବହିବ। ଏଥିସହ ସ୍ଥାନେ ସ୍ଥାନେ ବିଜୁଳି ଘଡ଼ଘଡ଼ି ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର।
