ଓଡିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ ବୁଧୁବାର ସକାଳ ୧୦ ଟାରେ ପ୍ରତିରକ୍ଷା ବିଭାଗ ଓ ତାଳସାରୀ ମେରାଇନ ଥାନା ସହଯୋଗରେ ଏକ ବଡ଼ ଡ୍ରୋନ ଆକାଶମାର୍ଗକୁ ଛଡ଼ାଯାଇଛି । ଏହି ସାମରିକ ଡ୍ରୋନ୍ ବଙ୍ଗୋପସାଗରରେ ଜଳଯାନରେ ଆସୁଥିବା ସମସ୍ତ ସନ୍ଦିଗ୍ଧ ଅନୁପ୍ରବେଶକାରୀଙ୍କ ଗତିବିଧି ଉପରେ ନଜର ରଖିବ ବୋଲି ଡ୍ରୋନର ଅପରେଟର କହିଛନ୍ତି ।ଏହାଛଡା ୩ ଜଣ ନେଭି ଅଫିସର ତାଳସାରୀ ସାମୁଦ୍ରିକ ଥାନାରେ ଓଡ଼ିଶା ସରକାରଙ୍କ ପକ୍ଷରୁ ନିୟୋଜିତ କରାଯାଇଛି । ସୂଚନାନୁଯାୟୀ, ପାକିସ୍ତାନ ବିରୋଧରେ ଲାଗି ରହିଥିବା ଉତ୍ତେଜନାରେ ବିରାମ ଲାଗିଥିଲେ ହେଁ ଅପରେଶନ ସିନ୍ଦୂର ଏବେ ବି ଜାରି ରହିଥିବାରୁ ସତର୍କ ଓ ସଜାଗ ରହିବା ପାଇଁ ପ୍ରତିରକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ରହିଛି।
