ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷିବ

ଉତ୍ତର ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜିଠୁ ବଢିବ ବର୍ଷା ପରିମାଣ । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।

ଅଧିକ ପଢନ୍ତୁ