ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ,ପ୍ରବଳରୁ ଅତି ପ୍ରବଳ ବର୍ଷା !!

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ସୃଷ୍ଟ ଘୂର୍ଣ୍ଣିବଳୟ ମଧ୍ୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି, ଯାହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ୪ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ସୋମବାର ଜିଲ୍ଲାର ସବୁ ସ୍କୁଲ ଛୁଟି ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି । ସେହିଭଳି ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର ଓ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଅଧିକ ପଢନ୍ତୁ

kc ads