୧୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । 17 ତାରିଖରେ ଗଜପତି, ଗଂଜାମ ପୁରୀ ,ରାୟଗଡା ଜିଲ୍ଲା ଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୮ ତାରିଖରେ ଗଜପତି, ଗଂଜାମ, ପୁରୀ, ରାୟଗଡା, ଖୋର୍ଦ୍ଧା, ନୟାଗଡ, କୋରାପୁଟ ଓ ମାଲକାନଗିରି ଜିଲ୍ଲା ଏବଂ ୧୯ ତାରିଖରେ ଗଂଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଅନ୍ୟପଟେ ୨୦ ତାରିଖରୁ ପାଗ ପ୍ରାୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡି ଓ କନ୍ଧମାଳରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ପଡ଼ିବାର ସମ୍ଭାବନା ରହିଛି ।