ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।୨୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ସତର୍କ କଲା ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି |୨୩ରୁ ୨୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୩ରେ କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି ।
୨୫ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ଦେବଗଡ଼, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ । ୨୬ ତାରିଖରେ ମଧ୍ୟ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି ।