ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି ।୨୮ ତାରିଖରୁ ଉପକୂଳ ଓଡ଼ିଶା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ ବୃଦ୍ଧି ପାଇବ। ଏହି ସମୟରେ ପବନର ବେଗ ୪୫ କି.ମି ମଧ୍ୟରେ ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଆଉ ଦୁଇ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା । ଏହାର ପ୍ରଭାବରେ ଭୀଷଣ ବର୍ଷା ଆଶଙ୍କା ରହିଛି । ଯାହାକୁ ନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରିଛି ।

ଅଧିକ ପଢନ୍ତୁ

kc ads