ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ

ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଦିଗରେ ଏହା ଗତି କରିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି।ଆଗାମୀ ଚାରି ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୫ ଜିଲ୍ଲା ଜଗତସିଂହପୁର, ପୁରୀ, ଯାଜପୁର ,କଟକ, ରାୟଗଡ଼ା ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଅଧିକ ପଢନ୍ତୁ

kc ads