ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା, ଆନ୍ଧ୍ର ଉପକୂଳକୁ ବିପଦ

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ବାତ୍ୟାର ଗତିପଥ ଏବଂ ସମୁଦ୍ରର ଅଶାନ୍ତ ଚିତ୍ର ସାମ୍ନାକୁ ଆସିଛି। ବାତ୍ୟା ପ୍ରଭାବରେ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ‘ରେଡ୍ ଆଲର୍ଟ’। ୨୮ ତାରିଖ ପୂର୍ବାହ୍ନରେ ଏହା ଆନ୍ଧ୍ରପ୍ରଦେଶର ବାପଟଲା ଓ ବିଶାଖାପାଟଣା ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।ଗତ ୬ ଘଣ୍ଟାରେ ଏହା ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ଗତକାଲି ରାତି ସାଢ଼େ ୧୧ଟା ସୁଦ୍ଧା ଏହା ବିଶାଖାପାଟଣାଠାରୁ ୭୩୦ କିଲୋମିଟର ପୂର୍ବ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ଥିଲା।ସୋମବାର ମଧ୍ୟରାତ୍ରି ସୁଦ୍ଧା ଏହା ଭୀଷଣ ସାମୁଦ୍ରିକ ଝଡ଼ ଏବଂ ୨୭ ତାରିଖ ସୁଦ୍ଧା ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇପାରେ।ସୋମବାର ମଧ୍ୟରାତ୍ରି ସୁଦ୍ଧା ଏହା ଭୀଷଣ ସାମୁଦ୍ରିକ ଝଡ଼ ଏବଂ ୨୭ ତାରିଖ ସୁଦ୍ଧା ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇପାରେ।ଉପକୂଳ ଅତିକ୍ରମ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିଲୋମିଟର ରହିବା ସହ ଝଟକା ପବନର ବେଗ ୧୪୦ କିଲୋମିଟର ଛୁଇଁପାରେ।

ବାତ୍ୟାର ପ୍ରଭାବରେ ଆନ୍ଧ୍ରପ୍ରଦେଶ ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଝଡ଼ପବନ ହେବାର ଆଶଙ୍କା ରହିଛି। ଏଥିପାଇଁ ଆନ୍ଧ୍ର ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ ସତର୍କତା ଜାରି କରାଯାଇଛି।

ଅଧିକ ପଢନ୍ତୁ