ବଜ୍ରପାତ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼କୁ ସତର୍କ ସୂଚନା ଜାରି

ରାଜ୍ୟରେ ଗତ କିଛିଦିନ ଲଗାଣ ବର୍ଷା ଜନଜୀବନକୁ ପ୍ରଭାବିତ କରିଥିବାବେଳେ ବୁଧବାରଠାରୁ କମିବ। ତେବେ ୧୫ଟି ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି । ଗୁରୁବାର (୧୦ ତାରିଖ)ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପରିମାଣ କମ୍‌ ରହିବ । ୧୩ରୁ ପୁଣି ବର୍ଷା ବଢ଼ିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ବୁଧବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଓ କୋରାପୁଟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳରେ ଘଡ଼ଘଡ଼ି ଓ ପବନ ଆଶଙ୍କା ରହିଛି ।ଅନ୍ୟପଟେ ବଜ୍ରପାତ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁରକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।

ଅଧିକ ପଢନ୍ତୁ