ବଢ଼ିଲା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା । ବିଭିନ୍ନ ଭତ୍ତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ମୁ୍ଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି । ଡାଏଟ ଭତ୍ତା ୯୦୦ରୁ ୧୪୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୋଟର ସାଇକେଲ ଭତ୍ତା ୩୦୦ରୁ ୧୦୫୦କୁ ବୃଦ୍ଧି, ମୋବିଲିଟି ଭତ୍ତା ୧୫୦ରୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ଦ୍ୱାରା ଉପକୃତ ହେବେ ୬ ହଜାର ୫୮ ଜଣ କର୍ମଚାରୀ ।ସେହିପରି ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି ।
ଫେବୃୟାରୀ ଆରମ୍ଭରୁ ଖୁସି ଖବର ଦେଲେ ମୁଖ୍ୟମନ୍ତ୍ରୀ । ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଏବଂ ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।