ପ୍ରଧାନମନ୍ତ୍ରୀ(ପିଏମ) ଆବାସ ଯୋଜନାର ଅନୁଦାନ ରାଶି ବୃଦ୍ଧି କରାଯାଇଛି। ପୂର୍ବରୁ ପିଏମ ଆବାସ ନିର୍ମାର ପାଇଁ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯାଉଥିବା ବେଳେ ଏଣିକି ମିଳିବ ୧ ଲକ୍ଷ ୮୦ ହଜାର ଟଙ୍କା। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ । ସେହିପରି ଶୌଚାଳୟ ପାଇଁ ପୂର୍ବରୁ ୧୨ ହଜାର ଟଙ୍କା ଦିଆଯାଉଥିଲା ବର୍ତ୍ତମାନ ତାକୁ ୨୦ ହଜାର ଟଙ୍କା ଦିଆଯିବା ପାଇଁ ବ୍ୟବସ୍ଥା କରାଯାଇଛି ।
ପ୍ରତି ଆବାସ ଘରକୁ ମଡେଲ ଗୃହ ଭାବେ ନିର୍ମାଣ କରାଇବେ ରାଜ୍ୟ ସରକାର । ପାଣି, ଶୌଚାଳୟ, ବିଜୁଳି, ସବୁ ଆବାସକୁ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।