ଦୀର୍ଘ ୩୦ ବର୍ଷ ପରେ ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ଠିକଣା । ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପରିବର୍ତ୍ତେ ଆଜିଠୁ ୟୁନିଟଚ-୨ ସ୍ଥିତ କ୍ୟାପିଟାଲ ନର୍ସରି ନିକଟସ୍ଥ ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ।ଆଜି ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରାୟ ୧ ହଜାର ଲୋକ ଏଥିପାଇଁ ଆଗୁଆ ପଞ୍ଜୀକରଣ କରିଛନ୍ତି।ସରକାର ବଦଳିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଅଧିକ ବ୍ୟବସ୍ଥିତ କରିବା ପାଇଁ ଏହାର ନବୀକରଣ କରାଯାଇଥିଲା। କିନ୍ତୁ ଏବେ ତାହାର ଠିକଣା ବଦଳିଛି।
