ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଓଏଏସ ଅଧିକାରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ସୂଚନା ଏବଂ ଲୋକସମ୍ପର୍କ (ଆଇ ଆଣ୍ଡ ପିଆର) ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି। ପିଏମ୍ ପୋଷଣ ଓ ଏମ୍ଏମ୍ ପୋଷଣର ରାଜ୍ୟ ନୋଡାଲ୍ ଅଫିସର ଥିଲେ ଅନୁଜ କୁମାର ଦାସ ପଟ୍ଟନାୟକ।ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଥିବା ସୁରେନ୍ଦ୍ର କୁମାର ପଣ୍ଡାଙ୍କୁ ପିଏମ୍ ପୋଷଣ ଓ ଏମଏମ୍ ପୋଷଣର ରାଜ୍ୟ ନୋଡାଲ ଅଫିସର ନିଯୁକ୍ତ କରିଛନ୍ତି ।
