ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି । ସୋମବାର ରେଡ୍ ପରେ ଗିରଫ କରିଛି ଭିଜିଲାନ୍ସ । ଖଣି ଉପନିର୍ଦ୍ଦେଶକଙ୍କର ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଅଛି। ୨ଟି ମାର୍କେଟ କମ୍ପଲେକ୍ସ, ୧୧ଟି ପ୍ଲଟ, ୫୩ ଲକ୍ଷର ବ୍ୟାଙ୍କ ଜମା ଠାବ ହୋଇଛି। ଭୁବନେଶ୍ବରରେ ଗୋଟିଏ ଡୁପ୍ଲେକ୍ସ ସହ ଘରୁ ମିଳିଥିଲା ୯.୮୫ ଲକ୍ଷ ଟଙ୍କା।ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ ଏହି ଚଢ଼ାଉ ଜାରି ରହିଥିଲା। ଚଢାଉ ବେଳେ ଖଣି ଅଫିସରଙ୍କ ଘରୁ ଟଙ୍କାର ଗନ୍ତା ଘର ମିଳିଛି। ଭୁବନେଶ୍ବର ସୁରେଖା ଅର୍ଚିଡ ଆପାର୍ଟମେଣ୍ଟ ଘରୁ ପୁଳା ପୁଳା ଟଙ୍କା ଦାମୀ ଘଣ୍ଟା, ସୁନା ଅଳଙ୍କାର ରୁପା ସାମଗ୍ରୀ ଜବତ ହୋଇଛି। ଏହି ଘରେ ଧରଣୀଧର ରହୁଥିବା ବେଳେ ଏହି ଘରର ମୂଲ୍ୟ ପାଖାପାଖି ୧ କୋଟି ୫୦ ଲକ୍ଷ ଟଙ୍କା ହେବ।
ବଡ ଆଶ୍ଚର୍ଯ୍ୟର କଥା ୨୦ ବର୍ଷରେ ଶୁଝିବା ପାଇଁ ଆଣିଥିବା ୧ କୋଟି ୧୩ ଲକ୍ଷ ଟଙ୍କାକୁ ମାତ୍ର ୨ ବର୍ଷରେ ଶୁଝି ଦେଇ ଭିଜିଲାନ୍ସ ଆଖିଆଗକୁ ଆସିଛନ୍ତି। ଭୁବନେଶ୍ୱର ଘରକୁ ଛାଡ଼ିଦେଲେ ତାଳଚେର ଘରୁ ମଧ୍ୟ ମିଳିଛି ପୁଳା ପୁଳା ଟଙ୍କା।