ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସରକାର ସଜାଗ

ବନ୍ୟା ବିପଦକୁ ବଢ଼ାଉଛି ପୂର୍ଣ୍ଣିମା । ପୂର୍ଣ୍ଣିମା ଯୋଗୁଁ ସମୁଦ୍ରରେ ଜୁଆର ଆସୁଥିବାରୁ ନଦୀଗୁଡ଼ିକରୁ ଜଳ ନିଷ୍କାସନ ସ୍ବାଭାବିକ ହୋଇପାରୁ ନାହିଁ, ଯାହା ବନ୍ୟା ବିପଦକୁ ଅଧିକ ବଢ଼ାଇ ଦେଇଛି । ଏ ନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ । ନିମାପଡା, କଣାସ, ଗୋପ, ଅସ୍ତରଙ୍ଗ ଅଞ୍ଚଳରେ ବନ୍ୟା ପାଣି ପଶିବ । ଉତ୍ତରରେ କମିବ, ଦକ୍ଷିଣ ଓ ପଶ୍ଚିମରେ ବଢ଼ିବ କହିଲେ ରାଜସ୍ବ ମନ୍ତ୍ରୀ । ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଅନ୍ୟପଟେ ରାଜ୍ୟର ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ୬୦ଟି ସ୍ୱତନ୍ତ୍ର ଟିମ୍‌କୁ ପ୍ରଭାବିତ ଅଞ୍ଚଳରେ ନିୟୋଜିତ କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଏହି ଟିମ୍‌ଗୁଡ଼ିକ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ନିୟୋଜିତ ଥିବା ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ।

ଅଧିକ ପଢନ୍ତୁ