ବରମୁଣ୍ଡା ବସ ଟର୍ମିନାଲରେ ହେବ ପୁଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୁଲିସ କର୍ମଚାରୀ

ଆଗକୁ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଡକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । 5T ଅଧ୍ୟକ୍ଷଙ୍କ କ୍ଷେତ୍ର ସମୀକ୍ଷା ବେଳେ ଏ ସମ୍ପର୍କରେ ହୋଇଥିଲା ଆଲୋଚନା । ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନେଲେ ନିଷ୍ପତ୍ତି ।ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍‌ ଯାତାୟତ କରିବ। ଭବିଷ୍ୟତରେ ବସ୍‌ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ।

ତା ସହିତ ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି।ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି । ଏହି ଆଉଟପୋଷ୍ଟରେ ୮୯ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏଥି ମଧ୍ୟରୁ ୨ଜଣ ସବ୍‌-ଇନ୍‌ସ୍ପେକ୍ଟର, ୯ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍‌ସ୍ପେକ୍ଟର, ୪ଜଣ ହାବିଲଦାର, ୭୨ଜଣ କନଷ୍ଟେବଳ ଓ ୨ଜଣ ଡ୍ରାଇଭର ରହିବେ ।

ଅଧିକ ପଢନ୍ତୁ