ବରିଷ୍ଠ ନାଗରିକ ସେଲ ଉପସଭାପତି ପଦରୁ ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା

ବିଜେଡିର ପଦ ଛାଡିଲେ ସାଂସଦ ଦେବାଶିଷ ସାମନ୍ତରାୟ । ସିନିୟର ସିଟିଜେନ ସେଲ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫାପତ୍ର ପଠାଇ ପଦ ଛାଡିଛନ୍ତି । ଦଳ ତାଙ୍କୁ ଗୁରୁତ୍ୱ ଦେଉନଥିବା ଦର୍ଶାଇ ଇସ୍ତଫା ଦେଇଥିବା ସୂଚନା। ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ କାରଣ ଦର୍ଶାଇଛନ୍ତି।ସୂଚନାଯୋଗ୍ୟ, କିଛି ଦିନ ତଳେ ଯେତେବେଳେ ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ବିଦା କରିଥିଲ‌ା ବିଜେଡି ସେତେବେଳେ ଏହାକୁ କଡ଼ା ଭାଷାରେ ନିନ୍ଦା କରିଥିଲେ ଦେବାଶିଷ ସାମନ୍ତରାୟ। ସେ କେବଳ ଶ୍ରୀମୟୀ ମିଶ୍ରଙ୍କୁ ସମର୍ଥନ କରିଥିଲେ, ତାହା ନୁହେଁ, ବରଂ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ନିଲମ୍ବିତ କରାଯିବା ଠିକ୍ ହୋଇନାହିଁ ବୋଲି କହିଥିଲେ। ନବୀନ ପଟ୍ଟନାୟକ ବି ହାରିଛନ୍ତି ବୋଲି କହିଥିଲେ। ଏପରିକି ଯେଉଁ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦସ୍ତଖତରେ ନିଲମ୍ବନ ଆଦେଶ ହୋଇଥିଲା, ତାଙ୍କୁ ବି ଛାଡ଼ି ନଥିଲେ ଦେବାଶିଷ ସାମନ୍ତରାୟ। ତେବେ ନବୀନଙ୍କୁ ଲେଖଥିବା ଚିଠିରେ ଦେବାଶିଷ ସାମନ୍ତରାୟ କହିଛନ୍ତି, ଦଳର ପୁନର୍ଗଠନ ବେଳେ ତାଙ୍କୁ ବରିଷ୍ଠ ନାଗରିକ ସେଲର ଉପସଭାପତି ପଦ ଦିଆଯାଇଥିଲା । ହେଲେ ଏହି ଉପସଭାପତି ପଦର ରାଙ୍କ କଣ ସେ ଜାଣିପାରୁନଥିବା କହିଛନ୍ତି । ଏଭଳି ପଦ ଦିଆଯାଇ ତାଙ୍କୁ ଅପମାନିତ କରାଯାଇଥିବା ମଧ୍ୟ ଏହି ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଦେବାଶିଷ ସାମନ୍ତରାୟ ।

ଅଧିକ ପଢନ୍ତୁ