ବର୍ଷକରେ ମରିଛନ୍ତି ୮୧ ହାତୀ: ମନ୍ତ୍ରୀ

ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ। ଏହିସମୟରେ, ମଙ୍ଗଳବାର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଉତ୍ତର ରଖି ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଥିବା ସୂଚନା ଦେଇଛନ୍ତି।ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଆହୁରି କହିଛନ୍ତି ଯେ, ୨୦୨୪ ହାତୀ ଗଣନା ଅନୁଯାୟୀ ରାଜ୍ୟରେ ୨୦୧୩ଟି ହାତୀ ରହିଛନ୍ତି ।ସୂଚନାଯୋଗ୍ୟ, ଅନୁଗୁଳ, ଆଠଗଡ଼, ଢେଙ୍କାନାଳ, ବାରିପଦା, ଚନ୍ଦକା, ଖୋର୍ଦ୍ଧା, ବଣାଇ ଓ କନ୍ଦୁଝରରେ ହାତୀ ସଂଖ୍ୟା ଅପ୍ରତ୍ୟାଶିତ ଭାବେ ବଢିଛି । କନ୍ତୁ ଶିମିଳିପାଳ, ବାଲେଶ୍ୱର, ରାଇରଙ୍ଗପୁର, ବଲାଙ୍ଗୀର ଓ ପାରଳାଖେମୁଣ୍ଡିରେ ପୂର୍ବ ଅପେକ୍ଷା ହାତୀ କମିଛନ୍ତି । ଶୀତଦିନେ ସୀମାବର୍ତ୍ତୀ ଝାଡ଼ଖଣ୍ଡ, ଛତିଶଗଡ଼ ଓ ପଶ୍ଚିମବଙ୍ଗ ଜଙ୍ଗଲକୁ ହାତୀମାନେ ଓଡ଼ିଶାକୁ ଆସୁଛନ୍ତି । ଅନ୍ୟପକ୍ଷେ ଏବେବି ରାଜ୍ୟର ୨ହଜାରରୁ ଅଧିକ ଗାଁକୁ ରାସ୍ତା ନାହିଁ। ମୟୂରଭଞ୍ଜ ଜିଲ୍ଲାରେ ୫୮ ଗାଁକୁ ରାସ୍ତା ନାହିଁ, ହେଲେ କନଭରଜେନ୍ସ ଯୋଜନାର ରାସ୍ତା ପାଇଁ ବିଜେପି ସରକାର ବ୍ୟବସ୍ଥା କରିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ।

ପୁର୍ବରୁ CFC,SFC,MLA ପାଣ୍ଠି, MP ପାଣ୍ଠି, ମନରେଗାରେ ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା ଥିଲା କିନ୍ତୁ ଚଳିତ ଥର ରାଜ୍ୟ ସରକାର ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଏଥିପାଇଁ ବ୍ୟବସ୍ଥା ରହିଛି । ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ୩୫ ପ୍ରତିଶତ ଅର୍ଥ ଗାଁ ରାସ୍ତା ନିର୍ମାଣରେ ଖର୍ଚ୍ଚ ପାଇଁ ବ୍ୟବସ୍ଥା ରହିଛି । ସବୁ ଗାଁକୁ ଗମନାଗମନର ସୁବିଧା କରିବାକୁ ଗ୍ରାମସଭା ମାଧ୍ୟମରେ ଆସୁଥିବା ପ୍ରକଳ୍ପ ଗୁଡ଼ିକୁ ମଞ୍ଜୁର କରାଯିବ ବୋଲି କହିଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ଅଧିକ ପଢନ୍ତୁ