ବର୍ଷକୁ ଛାତ୍ରୀଛାତ୍ରଙ୍କୁ ୫ ହଜାର ଦେବେ ସରକାର

ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ । । ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ସହାୟତା ।

ଏହି ଯୋଜନା ପାଇଁ ୧୫୬ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ । ସରକାରଙ୍କ ଏପରି ଯୋଜନାରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପଆଉଟରୋକାଯାଇପାରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଶିକ୍ଷାକ୍ଷେତ୍ର ପାଇଁ ଚଳିତ ବର୍ଷ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।

ଅଧିକ ପଢନ୍ତୁ