ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ ବର୍ଷାରେ ଧାନର ବିଲରେ ଗଜା ହୋଇଗଲାଣି। ଅନେକ ସ୍ଥାନରେ ମଣ୍ଡି ମାନଙ୍କରେ ମଧ୍ୟ ସମାନ ଅବସ୍ଥା।ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି ଯେ ପାଗ ଖରାପ ଯୋଗୁଁ କିଛି ମଣ୍ଡି ଖୋଲିବାରେ ବିଳମ୍ବ ହେଉଛି। କିନ୍ତୁ ବର୍ଷା ପାଇଁ ଆଗୁଆ ମଣ୍ଡି ଖୋଲିବନି। ବର୍ଷାରେ ଯାହାର ଧାନ କ୍ଷତି ହୋଇଛି ଆକଳନ କରି ଉଚିତ ମୂଲ୍ୟ ଦିଆଯିବ। ଏ ପର୍ଯ୍ୟନ୍ତ ବିକ୍ରି ହେଲାଣି ସାଢେ ସାତ ଲକ୍ଷ ମେଟ୍ରିକ ଟନ ଧାନ। ଦେଢ ଲକ୍ଷ କୃଷକଙ୍କ ଆକାଉଣ୍ଟଙ୍କୁ ସିଧା ଟଙ୍କା ଯାଇଛି।
୨୧ ଶହ କୋଟି ଟଙ୍କା ଦିଆଯାଇଥିବା ବେଳେ ଗୋଟିଏ ବି ଅଭିଯୋଗ ଏପର୍ଯ୍ୟନ୍ତ ଆସିନି ବୋଲି କହିଛନ୍ତି ମନ୍ତ୍ରୀ। ଆସନ୍ତା ପାଞ୍ଚ ଦିନ ମଧ୍ୟରେ ରାଜ୍ୟରେ ଅଦିନିଆ ବର୍ଷା ହେତୁ ଫସଲର କ୍ଷତି ପାଇଁ ରାଜ୍ୟ ସରକାର ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରିବେ। ସୋମବାର ଗଣମାଧ୍ୟମ ସହ କଥାବାର୍ତ୍ତା କରି ପୂଜାରୀ କହିଛନ୍ତି ଯେ ରାଜ୍ୟରେ ଅଯଥା ବର୍ଷା ହେତୁ ଫସଲ କ୍ଷୟକ୍ଷତିର ସଠିକ୍ ମୂଲ୍ୟାଙ୍କନ କରିବାକୁ ଜିଲା ପ୍ରଶାସନକୁ କୁହାଯାଇଛି।ସରକାର ଚାଷୀଙ୍କ ଭିତରେ ସହାଭାଗିତା ଦରକାର। ଜିଲ୍ଲା ପ୍ରଶାସନ ମଧ୍ୟ ସହାୟତା କରିବ। ଚାଷୀ ଆଦୌ ବ୍ୟସ୍ତ ବିବ୍ରତ ହୁଅନ୍ତୁ ନାହିଁ, ସରକାର ଲୋକଙ୍କ ସାଙ୍ଗରେ ଅଛନ୍ତି ବୋଲି ଆଶ୍ୱାସନା ଦେଇଛନ୍ତି ମନ୍ତ୍ରୀ। ବର୍ଷାରେ ଓଦା ହୋଇଥିବାରୁ FAQ ମାନର ଧାନ ନଥିଲେ ବି ଆବଶ୍ୟକ ସ୍ଥଳେ ବିଚାରକୁ ନିଆଯିବ । ଏ ନେଇ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ ।