ବଳଙ୍ଗା ଅଞ୍ଚଳ ଘଟଣା: ଅତ୍ୟନ୍ତ ଦୁଃଖିତ କହିଲେ ରାଜ୍ୟ ବିଜେପି ସଭାପତି

ପିପିଲିର ବଳଙ୍ଗାରେ ନାବାଳିକା ଜଳିଯିବା ଘଟଣାରେ ଅତ୍ୟନ୍ତ ଦୁଃଖିତ କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନାବାଳିକାଙ୍କ ଉପରେ ଏଭଳି ଅତ୍ୟାଚାର ସଭ୍ୟ ସମାଜରେ ଗ୍ରହଣୀୟ ନୁହେଁ । ଆମ ସରକାର ଅତ୍ୟନ୍ତ ଗମ୍ଭୀରତାର ସହ ନେଇ କାର୍ଯ୍ୟାନୁଷ୍ଠାନ ନେବେ । ନ୍ୟାୟ ସୁନିଶ୍ଚିତ କରିବା ଆମର ପ୍ରଥମ ଦାୟିତ୍ୱ । ଅପରାଧୀ ଯେପରି ଦୃଷ୍ଟାନ୍ତମୂଳକ ଦଣ୍ଡ ପାଆନ୍ତୁ ଆମେ ଚେଷ୍ଟା କରିବୁ । ଏମ୍ସରେ ଚିକିତ୍ସିତ ନାବାଳିକାଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଅନ୍ୟପଟେ ଘଟଣା ନେଇ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି। ଏନେଇ ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ କ୍ଷୋଭ ପ୍ରକାଶ କରିବା ସହିତ ଲେଖିଛନ୍ତି, ଏହି ଅଭାବନୀୟ ଘଟଣାରେ ମୁଁ ଦୁଃଖିତ ଓ ମର୍ମାହତ। ଏହି ଘଟଣାକୁ ସରକାର ଗମ୍ଭୀରତାର ସହ ନେଇ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏମ୍ସ ହସ୍ପିଟାଲରେ ନାବାଳିକାଙ୍କ ଚିକିତ୍ସା ଚାଲୁଅଛି। ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା।

ଅଧିକ ପଢନ୍ତୁ

Odisha Darpan Digital