ବାତ୍ୟା ପାଇଁ ୨ଦିନ ବନ୍ଦ ରହିବ ରାଜ୍ୟର ଏହିସବୁ ଅନୁଷ୍ଠାନ

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବାରବାଟୀ ପ୍ୟାଲେସଠାରେ ଚାଲିଥିବା ଏହି ଅଫ୍‌ ଲାଇନ୍‌ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା ୨୪ ଓ ୨୫ ତାରିଖ ବନ୍ଦ ରହିବ। ତେବେ ଅନ୍‌ଲାଇନ୍‌ ମାଧ୍ୟମରେ baliyatra.netରେ ଏହି ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବ। ବାତ୍ୟା ପରବର୍ତ୍ତୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୨୬ ତାରିଖ ଅଫ୍‌ଲାଇନ୍‌ ପଞ୍ଜୀକରଣ ପ୍ରକ୍ରିୟା ନିମନ୍ତେ ନିଷ୍ପତ୍ତି ଗ୍ରହଣ କରାଯିବ | ସେହିଭଳି ଆସନ୍ତା ୨୪ ଓ ୨୫ ତାରିଖ ବନ୍ଦ ରହିବ ହାଇକୋର୍ଟ । ଏହା ବଦଳରେ ନଭେମ୍ବର ୩୦ (ଶନିବାର) ଖୋଲା ରହିବ କୋର୍ଟ । ଡିସେମ୍ବର ୭ ଶନିବାର ଖୋଲା ରହିବ ହାଇକୋର୍ଟ ।

ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ତେବେ ରାଜ୍ୟ ସରକାର ସର୍ବସାଧାରଣଙ୍କ ପରିଦର୍ଶନ ନିମନ୍ତେ ଓଡ଼ିଶା ରାଜ୍ୟ ମ୍ୟୁଜିୟମ ସମେତ ରାଜ୍ୟ ଅଭିଲେଖାଗାର ଓ ଲାଇବ୍ରେରୀ ୨ଦିନ ପାଇଁ ବନ୍ଦ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପ, ଉତ୍କଳ ମଣ୍ଡପ ଓ ଭଞ୍ଜକଳା ମଣ୍ଡପ ମଧ୍ୟ ୨ଦିନ ବନ୍ଦ ରହିବ । ରାଜ୍ୟ ଅଭିଲେଖାଗାର ଓ ହରେକୃଷ୍ଣ ମହତାବ ରାଜ୍ୟ ଲାଇବ୍ରେରୀ ବନ୍ଦ ରହିବ । ସେହିପରି ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନସ୍ତ ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଓ ସ୍କୁଲଗୁଡ଼ିକ ମଧ୍ୟ ଏହି ଦିନ ବନ୍ଦ ରହିବ । ବିଭାଗ ଅଧୀନରେ ଥିବା ସମସ୍ତ ମଣ୍ଡପକୁ ମଧ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଅଧିକ ପଢନ୍ତୁ