ଆସନ୍ତାକାଲି ଠାରୁ ବାତ୍ୟା ମୋନ୍ଥା ପାଇଁ ବନ୍ଦ ରହିବ ଶିମିଳିପାଳ।ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିବା ପରେ ଶିମିଳିପାଳ କର୍ତ୍ତୃପକ୍ଷ ଏହି ନିଷ୍ପତି ନେଇଛନ୍ତି। ଅନ୍ୟପଟେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ଉଦ୍ଭିଦ ଉଦ୍ୟାନ ବନ୍ଦ ରହିବ । ବାତ୍ୟା “ମୋନ୍ଥା” କୁ ଦୃଷ୍ଟିରେ ରଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଉପନିର୍ଦ୍ଦେଶକଙ୍କ ଦ୍ୱାରା ବିଜ୍ଞପ୍ତି ଜାରି କରାଯାଇଛି ।
