ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା ବା ମବ୍ ଲିଞ୍ଚିଙ୍ଗ୍ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଘଟଣା ସମ୍ପର୍କରେ ସବିସ୍ତୃତ ଆଲୋଚନା କରିବା ପରେ କ୍ରାଇମ୍ବ୍ରାଞ୍ଚ୍ ଦ୍ୱାରା ଏହି ଘଟଣାର ସଠିକ୍ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହୁଏ, ସେଥିପାଇଁ ପୋଲିସ ମହାନିର୍ଦ୍ଦେଶକ ସତର୍କ ଓ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ତାଗିଦ୍ କରିଥିଲେ । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
