ବାଲୁକା କଳା ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ ଅବସରରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ବାଲୁକା କଳା । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି, ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ସୁଦର୍ଶନ ପଟ୍ଟନାୟକ ।ଏହି ବାଲୁକା କଳାରେ “ଜୟ ଜଗନ୍ନାଥ” ଏବଂ “ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା, ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ” ବୋଲି ବାର୍ତ୍ତାକୁ ମଧ୍ୟ ସ୍ଥାନ ଦେଇଥିଲେ ।ଏହି ୬ ଫୁଟ୍ ଉଚ୍ଚତା ବିଶିଷ୍ଟ ବାଲୁକା ଭାସ୍କର୍ଯ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରୁଥିବାର ଦର୍ଶାଯାଇଛି ଏବଂ ଏହା ସହିତ ତାଙ୍କର ପ୍ରେରଣାଦାୟୀ ନେତୃତ୍ୱ ଦେଶ ପ୍ରତି ଉତ୍ସର୍ଗୀକୃତ ମନୋଭାବ ଓ ଭାରତ ପାଇଁ ତାଙ୍କର ବିଶିଷ୍ଟ ସେବାକୁ ପ୍ରଦର୍ଶିତ କରାଯାଇଛି ।

ଅଧିକ ପଢନ୍ତୁ