ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅଯୋଧ୍ୟାରେ ବାଲୁକା କଳାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଆକର୍ଷଣୀୟ ପ୍ରତିକୃତୀ ଏବଂ ରାମ ମନ୍ଦିର ନିର୍ମାଣ କରିଛନ୍ତି।

ଆଜି ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଳନ ହେଉଛି । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅଯୋଧ୍ୟାରେ ବାଲୁକା କଳାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଆକର୍ଷଣୀୟ ପ୍ରତିକୃତୀ ଏବଂ ରାମ ମନ୍ଦିର ନିର୍ମାଣ କରିଛନ୍ତି। ତେବେ ଅଯୋଧ୍ୟାର ରାମକଥା ପାର୍କରେ ସୁଦର୍ଶନଙ୍କ ଦ୍ୱାରା ପ୍ରସ୍ତୁତ ରାମମନ୍ଦିରର ଉଚ୍ଚତା ୨୩ ଫୁଟ୍‌ ଥିବାବେଳେ ଲମ୍ବ ୫୫ ଓ ଓସାର ୩୫ ଫୁଟ୍‌ ରହିଛି।

୫୦୦ ବର୍ଷ ଧରି ପ୍ରଭୁଙ୍କ ଆଗମନ ପାଇଁ କରାଯାଇଥିବା ପ୍ରତୀକ୍ଷାର ଅନ୍ତ ଘଟିଥିବା ସେ ଓ ତାଙ୍କ ୭ ଜଣ ଛାତ୍ରୀଛାତ୍ରୀ ଏହି ବାଲୁକା କଳା ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାମକଥା ପାର୍କ ପରିଦର୍ଶନ କରିଥିଲେ ଓ ସୁଦର୍ଶନଙ୍କ କୃତି ସମ୍ମୁଖରେ ସେଲ୍ଫି ନେଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି।ଏହାକୁ ୱାଲ୍ଡ ରେକର୍କ୍ସ ବୁକ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ସ୍ବୀକୃତି ପ୍ରଦାନ କରାଯାଇଛି।

ଅଧିକ ପଢନ୍ତୁ

Odisha Darpan Digital