ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ ମୃତ୍ୟୁ ଘଟିଛି। ସୌମ୍ୟାଶ୍ରୀଙ୍କ ମରଶରୀର ପହଞ୍ଚିବା ପୂର୍ବରୁ କାନ୍ଦ ବୋବାଳିରେ ଫାଟିଛି ଗାଁ। ବାହୁନି ହେଉଛନ୍ତି ପରିବାର ଓ ଜ୍ଞାତି କୁଟୁମ୍ବ ସୌମ୍ୟାଶ୍ରୀଙ୍କ ଏକାଧିକ ପ୍ରତିଭାକୁ ଝୁରୁଛନ୍ତି ଅଞ୍ଚଳବାସୀ। ବାଲେଶ୍ବର ଭୋଗରାଇରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ହେବ ବୋଲି ଜଣାପଡ଼ିଛି।
