ବିଏମସି କାର୍ଯ୍ୟାଳୟରେ ଆକ୍ରମଣ ଘଟଣାକୁ ନେଇ ଦୃଢ଼ ନିନ୍ଦା କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କୁ କାର୍ଯ୍ୟାନୁଷ୍ଠାନ ନେବାକୁ କହିଛନ୍ତି ନବୀନ । ଅଭିଯୁକ୍ତଙ୍କ ପଛରେ ଥିବା ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ଆକ୍ରମଣ ପଛରେ ଥିବା ରାଜନେତାଙ୍କ ଉପରେ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇଁ ଦାବି କରିଛନ୍ତି ।
ଯେଉଁଠି ବରିଷ୍ଠ ଅଧିକାରୀ କାର୍ଯ୍ୟାଳୟରେ ସୁରକ୍ଷିତ ନୁହଁନ୍ତି, ସେଠି ସାଧାରଣ ନାଗରିକ ସରକାରଙ୍କଠୁ କଣ ଆଶା କରିବେ ବୋଲି ପ୍ରଶ୍ନ କରିବା ସହ, ମୁଖ୍ୟମନ୍ତ୍ରୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଆଶା ରହିଥିବା ନବୀନ କହିଛନ୍ତି । ସୂଚନାଥାଉକି,ମାଡ଼ ଓ ଦୁର୍ବ୍ୟବହାରର ଶିକାର ହୋଇଛନ୍ତି ଭୁବନେଶ୍ବର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁ । ବିଏମସି କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଏପରି ଆକ୍ରମଣର ଶିକାର ହେଲେ ଅତିରିକ୍ତ କମିଶନର । ମାଡ଼ ମାରିବା ସହ ତାଙ୍କୁ ଅଫିସରୁ ଘୋଷାରି ଟାଣି ବାହରକୁ ନେଇ ଯାଇଥିବା ଦେଖାଯାଇଥିଲା । ଏହି ଘଟଣା ପରେ ଖାରବେଳ ନଗର ଥାନାରେ ଏତଲା ଦିଆଯାଇଛି।ଏହି ଆକ୍ରମଣ ଘଟଣାରେ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି ।