BSKY କୁ ନେଇ ଆସିଲା ବଡ଼ ଅପଡେଟ୍। ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ବିଏସକେଓ୍ବାଇ କାର୍ଡ ଏବେ ଜାରି ରହିବ। ଏହାପରେ ସେପ୍ଟେମ୍ବର ୧୦ ତାରିଖ ପରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ । ସେପ୍ଟେମ୍ବର ୧୦ତାରିଖରେ ଆପ୍ରୋପିଏସନ୍ ବିଲ୍ ପାସ୍ ହେବ, ତା ପରେ ପର୍ଯ୍ୟାୟ କ୍ରମେ ଗୋପବନ୍ଧୁ ଆରୋଗ୍ୟ ଯୋଜନା ଲାଗୁହେବ ।
ପରବର୍ତ୍ତୀ ସମୟରେ ଯୋଜନା ଆଣିଲେ ତାହା ଲାଗୁହେବ, ଏବେ ବିଏସକେୱାଇ ଯେମିତି ଚାଲିବା କଥା ଚାଲିବ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି ।ବଜେଟ ଆପ୍ରୋପ୍ରିଏସନ ବିଲ ପାସ ହେଲା ପରେ ବଦଳିଯିବ ବିଏସକେୱାଇ କାର୍ଡର ରୂପରେଖ ।