ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମୁଣ୍ଡକୁ ଅଲଗା କରି ଦେଲେ ଦୁର୍ବୃତ୍ତ

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପୂର୍ବରୁ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ଏଭଳିସ୍ଥିତିରେ କଟକ ଜିଲା ମାହାଙ୍ଗା ନିର୍ବାଚନମଣ୍ଡଳୀ ଅଧୀନ ଉମର ପଞ୍ଚାୟତ ହନୁମାନ ଛକ ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରୁ କୌଣସି ଦୁର୍ବୃତ୍ତ ମଙ୍ଗଳବାର ମୁଣ୍ଡ ଭାଙ୍ଗି ନେଇଥିବା ଦେଖାଦେଇଛି। ଏହି ଘଟଣା ମାହାଙ୍ଗା ଅଞ୍ଚଳରେ ହଟଚମଟ ସୃଷ୍ଟି କରିଛି।ବିରୋଧୀ ଦଳ ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ସରକାରୀ କ୍ୟାଲେଣ୍ଡରରେ ଛୁଟି ଥିବାବେଳେ ଏହାକୁ ହଟାଇ ସରକାର ଅଣସାମ୍ବିଧାନୀକ କାର୍ଯ୍ୟ ବିରୋଧରେ ବିଜେଡି ପ୍ରତିବାଦ କରିବ ବୋଲି ସେ କହିଛନ୍ତି।

ଅଧିକ ପଢନ୍ତୁ