ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ନିର୍ବାଚନ ସରିବାର ପ୍ରାୟ ସାଢେ ତିନି ମାସ ପରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ପ୍ରକାଶ ବେହେରା। ଗୁରୁବାର ସେ ନିଜର ଇସ୍ତଫା ପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଗତ ନିର୍ବାଚନ ପୂର୍ବରୁ ପ୍ରକାଶ ବିଜେପି ରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ। ଏହାପରେ ବିଜେଡି ତାଙ୍କୁ କଟକ ବାରବାଟୀରୁ ପ୍ରାର୍ଥୀ କରିଥିଲା। ପୂର୍ବରୁ ସେ ୨୦୧୪ରେ କଂଗ୍ରେସ ଟିକେଟ୍‌ରେ ସାଲେପୁରରୁ ଜିତିଥିଲେ।ଗୁରୁବାର ଅପ୍ରତ୍ୟାଶିତ ଘଟଣାକ୍ରମେ ବିଜେଡିରୁ ଇସ୍ତଫା ଦେଇଛନ୍ତି ପ୍ରକାଶ ବେହେରା। ସେ କାହିଁକି ଦଳ ଛାଡ଼ିଲେ ତାର କାରଣ ସ୍ପଷ୍ଟ ଜଣା ପଡିନାହିଁ। ତେବେ ତାଙ୍କର ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରକାଶ ତାଙ୍କର ଚିଠିରେ ଲେଖିଛନ୍ତି, ”ବହୁ ଚିନ୍ତା ପରେ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ସଦସ୍ୟ ପଦରୁ ଇସ୍ତଫା ଦେଉଅଛି। ଆପଣ ମୋତେ ବାରବାଟୀ-କଟକ ଭଳି ସମ୍ମାନଜନକ ଆସନରୁ ପ୍ରାର୍ଥୀ କରିଥିବାରୁ କୃତଜ୍ଞତା ଜଣାଉଅଛି ଓ ଆପଣଙ୍କ ନେତୃତ୍ୱକୁ ସମ୍ମାନ ଜଣାଉଛି। ଯେହେତୁ ମୁଁ ଜଣେ ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ଵାସ ରଖୁଥିବା ଓ ଜନସାଧାରଣଙ୍କ ସମସ୍ୟା, ବିକାଶ ନାଶ ଓ ସଙ୍ଗଠନ ସହ ଯୋଡିହୋଇ ରହୁଥିବା ବ୍ୟକ୍ତିତ୍ୱ ତେଣୁ ଏଭଳି ନିଷ୍ପତି ନେବାକୁ ଉଚିତ ମନେ କଲି।

ଅଧିକ ପଢନ୍ତୁ