ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ। ଦଳ ବିରୋଧି କାର୍ଯ୍ୟ ଯୋଗୁ ୨ ବିଧାୟକଙ୍କୁ ସସ୍ପେଣ୍ଡ (ନିଲମ୍ବନ) କଲେ ସୁପ୍ରିମୋ ନବୀନ।ପାଟକୁରା ବିଧାୟକ ତଥା ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପ୍ରୁଅ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କୁ ଦଳରୁ ନିଲମ୍ବନ କରାଯାଇଛି । ଦଳର ସୁପ୍ରିମୋଙ୍କ ଏଭଳି ନିଷ୍ପତ୍ତି ପରେ ବିଜେଡି ଭିତରେ କମ୍ପନ ଦେଖିବାକୁ ମିଳିଛି । ଏହି ଦୁଇନେତା ବାରମ୍ବାର ବିଜେଡି ଓ ଦଳର ସୁପ୍ରିମୋଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଉଥିବା ଅଭିଯୋଗ ହେଉଥିଲା
