ବିଜେଡି ପ୍ରାର୍ଥୀ ସହ ସଂତୃପ୍ତ ମିଶ୍ର ଭରିଲେ ନାମାଙ୍କନ

ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ । ବିଜେଡି ପ୍ରାର୍ଥୀ ସହ ସଂତୃପ୍ତ ମିଶ୍ର ଭରିଲେ ନାମାଙ୍କନ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ପିସିସି ସଭାପତି ଭକ୍ତ ଦାସ ଏକାଠି ବସିଛନ୍ତି ।କକ୍ଷରେ କଂଗ୍ରେସ ବିଧାୟକ ଦଳ ନେତା କାଡାମ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଅଛନ୍ତି । ବିଜେଡିର ମଧ୍ୟ କିଛି ବିଧାୟକ ନାମାଙ୍କନ ଭରିବା କକ୍ଷରେ ଉପସ୍ଥିତ ଅଛନ୍ତି ।ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ପ୍ରାର୍ଥୀ ଘୋଷଣା କରିଛନ୍ତି। ଚତୁର୍ଥ ଆସନ ପାଇଁ ବି ଦୁଇ ଜଣ ପ୍ରାର୍ତୀ ରହିଛନ୍ତି। ବିଜେପିରୁ ମନମୋହନ ସାମଲ, ସୁଜିତ୍ କୁମାର, ବିଜେଡିରୁ ସଂତୃପ୍ତ ମିଶ୍ର, କମନ କ୍ୟାଣ୍ଡିଡେଟ୍ ଦତ୍ତେଶ୍ବର ହୋତା ଓ ସ୍ବାଧୀନ ପ୍ରାର୍ଥୀ ଦିଲ୍ଳୀପ ରାୟ ନାମାଙ୍କନ ଦାଖଲ କରିବେ। ମାର୍ଚ୍ଚ ୫ତାରିଖ ନାମାଙ୍କନର ଶେଷ ଦିନ ହୋଇଥିବାରୁ ଆଜି ସମସ୍ତେ ନାମାଙ୍କନ ଦାଖଲ କରିବେ ।

ଅଧିକ ପଢନ୍ତୁ