ବିଜେଡି ସଭାପତି ପଦ ପାଇଁ ଶଙ୍ଖ ଭବନରେ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ । ନବମ ଥର ପାଇଁ ଏକ ମାତ୍ର ପ୍ରର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ । ୧୯ ତାରିଖରେ ବିଜେଡି ଘୋଷଣା କରିବ ସଭାପତିଙ୍କ ନାମ । ବିଜେଡି ସଭାପତି ପଦ ପାଇଁ ନବୀନ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇଥିଲେ।ବିଜେଡି ସଭାପତି ରେସରେ ଆଉ କେହିନଥିବାରୁ ନବୀନ ପଟ୍ଟନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ନିଶ୍ଚିତ ହୋଇଯାଇଛି। ଆସନ୍ତା ଦୁଇ ଦିନ ଭିତରେ ବିଜେଡି ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ ଗଠନ ହେବ।
