ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନରୁ ଫେରିବା ପରେ ସିଧାସଳଖ ଦିଲ୍ଲୀ ବିସ୍ଫୋରଣରେ ପୀଡିତ ଆହତଙ୍କୁ ଭେଟିଛନ୍ତି । ଦିଲ୍ଲୀ ସ୍ଥିତ ଏଲଏନଜେପି ହସପିଟାଲରେ ଆହତଙ୍କୁ ଭେଟିଛନ୍ତି । ଏହି ହସପିଟାଲରେ ଦିଲ୍ଲୀ ବିସ୍ଫୋରଣରେ ଆହତ ହୋଇଥିବା ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି । ଜାତୀୟ ରାଜଧାନୀର ଏହି ପ୍ରମୁଖ ପର୍ଯ୍ୟଟନ ସ୍ଥଳରେ ହୋଇଥିବା ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିଲେ।
ବୁଧବାର ଦିଲ୍ଲୀରେ ଅବତରଣ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି ସିଧାସଳଖ LNJP ଡାକ୍ତରଖାନାକୁ ଯାଇଥିଲେ। ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ଆହତଙ୍କୁ ବ୍ୟକ୍ତିଗତ ଭାବରେ ଭେଟି ସେମାନଙ୍କ ସହ କଥାବାର୍ତ୍ତା କରିଥିଲେ ଏବଂ ସେମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଥିଲେ। ଡାକ୍ତରଖାନାରେ ଉପସ୍ଥିତ ଅଧିକାରୀ ଓ ଡାକ୍ତରମାନେ ମଧ୍ୟ ତାଙ୍କୁ ସ୍ଥିତି ସମ୍ପର୍କରେ ସୂଚନା ଦେଇଥିଲେ।ଦିଲ୍ଲୀରେ ଘଟିଥିବା ଭୟଙ୍କର ବିସ୍ଫୋରଣ ପଛରେ ଓଡ଼ିଶାର ଲିଙ୍କ୍ ଥିବା ସୂଚନା ମିଳିଛି । ଓଡ଼ିଶାରେ ଆତଙ୍କୀ ମୁଜାମିଲ୍ ସକିଲର ସମ୍ପର୍କ ରହିଛି । ଏନେଇ ଅଟକ ଥିବା ଜମାତିଙ୍କୁ ଜେରା ବେଳେ ସୂଚନା ମିଳିଛି । ମୁଜାମିଲର ହ୍ୱାଟ୍ସଆପରେ ଓଡ଼ିଶାର ଲିଙ୍କ୍ ଆସିଥିଲା । ଆଉ ଏହାସହିତ ଏହି ଘଟଣାରେ ଜମ୍ମୁ, ହରିୟାଣା, ତାମିଲନାଡୁରେ ବି ଲିଙ୍କ ରହିଛି ବୋଲି କୁହାଯାଉଛି ।
