ବିଦେଶିନୀଙ୍କ ଆଣ୍ଠୁରେ ମହାପ୍ରଭୁଙ୍କ ଟାଟୁ

ଓଡିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁଙ୍କୁ କରାଯାଇଛି ଅପମାନ । ଜଣେ ବିଦେଶିନୀଙ୍କ ଆଣ୍ଠୁ ଉପରେ ଜଗନ୍ନାଥ ଟାଟୁ ଆଙ୍କିଛନ୍ତି । ଏହି ଟାଟୁକୁ ଇନ୍‌ଷ୍ଟାଗ୍ରାମ୍‌ ଓ ହ୍ୱାଟସପ୍‌ରେ ସେୟାର କରାଯାଇଥିଲା । ଯାହାକୁ ନେଇ ସୃଷ୍ଟି ହୋଇଛି ବିବାଦ । ତେବେ ଘଟଣାକୁ ନେଇ ସହିଦ ନଗର ଥାନାର ଦ୍ବାରସ୍ଥ ହେଲେ ଜଗନ୍ନାଥ ପ୍ରେମୀ। ସଂମୃକ୍ତ ଟାଟୁ ଆର୍ଟିଷ୍ଟଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି।ଖବର ଅନୁଯାୟୀ, ସହିଦନଗରରେ ଥିବା ରକି ଷ୍ଟୁଡିଓ ପକ୍ଷରୁ ଦିଆଯାଇଥିବା ଷ୍ଟାଟସ୍‌ରେ ଜଣେ ବିଦେଶିନୀଙ୍କ ଆଣ୍ଠୁରେ ଜଗନ୍ନାଥ ଟାଟୁ ଥିବାର ନଜର ଆସିଥିଲା । ଏହି ଟାଟୁକୁ ଇନ୍‌ଷ୍ଟାଗ୍ରାମ୍‌ ଓ ହ୍ୱାଟସପ୍‌ରେ ସେୟାର କରାଯାଇଥିଲା । ଯାହାକୁ ନେଇ ବିବାଦ ବଢିଥିଲା । ଏହା ହିନ୍ଦୁର ଧର୍ମୀୟ ଭାବନାକୁ କୁଠାରଘାତ କରୁଥିବା ଜଗନ୍ନାଥ ପ୍ରେମୀମାନେ ଅଭିଯୋଗ କରିଥିଲେ । ଟାଟୁ ଆର୍ଟିଷ୍ଟଙ୍କୁ ଗିରଫ କରିବାକୁ ସାମାଜିକ କର୍ମୀ ଦାବି କରିଛନ୍ତି ।

ଅଧିକ ପଢନ୍ତୁ

Odisha Darpan Digital